ଭୁବନେଶ୍ବର, ୧୦ା୯:ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି| ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୯.୪ କିମି ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଏହା ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି । ତେଣୁ ଏହାର ପ୍ରଭାବରେ ଆଗାମୀ ଦୁଇଦିନ ବା ୪୮ ଘଣ୍ଟା ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଯାହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି ଓ କନ୍ଧମାଳକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାରେ ଅତି ପ୍ରବଳ ବା ଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ସହ ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଏହି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |