ନବରଙ୍ଗପୁର( ପ୍ରିୟଦର୍ଶିନୀ ପାତ୍ର ) :ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜାମ୍ବଗୁଡ଼ାରେ ପ୍ରଥମଥର ପାଇଁ ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର ସହ ଅନୁଷ୍ଠିତ ହୋଇଛି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ରାମବତୀ ମାଝୀ, ୱାର୍ଡ ମେମ୍ବର ,କମିଟି ସଭ୍ୟ ଯୋଗଦେଇଥିବା ବେଳେ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ବିଦ୍ୟାଳୟର ଶିକ୍ଷକ ବାବୁଲାଲଙ୍କ ପରିଚାଳନା ଓ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ଆୟୋଜିତ ହୋଇଥିଲା।
ପ୍ରଥମଥର ପାଇଁ ନିଜ ବିଦ୍ୟାଳୟରେ ‘ସୁରଭି’ ଆୟୋଜନ ହୋଇଥିବାରୁ ଛାତ୍ରଛାତ୍ରୀମାନେ ଖୁସି ପ୍ରକାଶ କରି ଶିକ୍ଷକମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ କ୍ଲଷ୍ଟରସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମରେ ଯୋଗଦେବେ।
ଛାତ୍ରଛାତ୍ରୀଙ୍କ ନୃତ୍ୟ ଓ ଅନ୍ୟାନ୍ୟ ପ୍ରଦର୍ଶନ ସମୟରେ ଗ୍ରାମବାସୀମାନେ କରତାଳି, ହୁଳହୁଳି ଓ ହୁଇସିଲ୍ ଦେଇ ସେମାନଙ୍କୁ ଉତ୍ସାହିତ କରିଥିଲେ। ଏହା ଫଳରେ ବିଦ୍ୟାଳୟ ପରିସରରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ବିନୋଦ, ରାମେଶ୍ୱର ଓ ପବିତ୍ର ନାୟକ ପ୍ରମୁଖ ସହଯୋଗ କରିଥିଲେ। ‘ସୁରଭି’ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଲୁକାୟିତ ପ୍ରତିଭାକୁ ମଞ୍ଚ ମିଳିଥିବାରୁ ଅଭିଭାବକ ଓ ଗ୍ରାମବାସୀମାନେ ମଧ୍ୟ ସନ୍ତୋଷ ପ୍ରକାଶ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |