(ପ୍ରିୟଦର୍ଶିନୀ ପାତ୍ର)ନବରଙ୍ଗପୁର : ଶିକ୍ଷାର ଭିତ୍ତିଭୂମି ଉନ୍ନତି କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲା ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛି। ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସହ ଜିଲ୍ଲାକୁ ୩ କୋଟି ଟଙ୍କାର ପୁରସ୍କାର ରାଶି ମିଳିଛି। ଏହା ସ୍କୁଲଗୁଡ଼ିକର ଭିତ୍ତିଭୂମି ଉନ୍ନତିରେ ଖର୍ଚ୍ଚ ହେବ। ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରପତି ସାହୁ ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି। ଶ୍ରେଷ୍ଠ ଜିଲ୍ଲା ବର୍ଗରେ କଟକ ଦ୍ୱିତୀୟ ଓ କଳାହାଣ୍ଡି ତୃତୀୟ ହୋଇଛନ୍ତି। ଶ୍ରେଷ୍ଠ ଜିଲ୍ଲା ଶିକ୍ଷା ଅଧିକାରୀ ବର୍ଗରେ ମଧ୍ୟ ଛତ୍ରପତି ସାହୁ ରାଜ୍ୟରେ ପ୍ରଥମ ହୋଇଛନ୍ତି। ଏଥିସହ ଜିଲ୍ଲାର ୯ ଜଣ ଶିକ୍ଷକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଏହା ଜିଲ୍ଲା ପ୍ରଶାସନ, ଶିକ୍ଷା ବିଭାଗ ଓ ଶିକ୍ଷକମାନଙ୍କ ମିଳିତ ପ୍ରୟାସର ଫଳ ବୋଲି କୁହାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |