ଭତ୍ତା ବିଳମ୍ବ ନେଇ ଡାବୁଗାଁରେ ବିଜେଡିର ବ୍ଲକ ଘେରାଉ, ଜିଲ୍ଲାପାଳଙ୍କୁ ଦାବିପତ୍ର

(ପ୍ରିୟଦର୍ଶିନୀ ପାତ୍ର)ଡାବୁଗାଁ, ୨୦/୧୧: ଭତ୍ତା ବଣ୍ଟନରେ ଅହେତୁକ ବିଳମ୍ବ ପ୍ରତିବାଦରେ ଆଜି ଡାବୁଗାଁ ବ୍ଲକ ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛି। ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରତିବାଦ ସଭାରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ପୂର୍ବତନ ସାଂସଦ ରମେଶ ମାଝୀ, ନବରଙ୍ଗପୁର ପୂର୍ବତନ ବିଧାୟକ ସଦାଶିବ ପ୍ରଧାନି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ ଓ ବିଜେଡି ନେତା ପ୍ରଦୀପ ମାଝୀ ଡାବୁଗାଁ ବ୍ଲକ ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ବିଜେଡି ବରିଷ୍ଟ ନେତା ଏମ ଅପା ରାଓ ସମେତ ନିର୍ବାଚନ ମଣ୍ଡଳୀର ଅନେକ ଜନପ୍ରତିନିଧି ଉପସ୍ଥିତ ଥିଲେ। ଏଥିରେ ବିଭିନ୍ନ ପଞ୍ଚାୟତରୁ ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ଵ ଲୋକ ଯୋଗ ଦେଇଥିଲେ। ପରେ ବିଡିଓ ସମୀର ପାତ୍ରଙ୍କ ଜରିଆରେ ନବରଙ୍ଗପୁର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।ଦାବିପତ୍ରରେ କୁହାଯାଇଛି, ବର୍ତ୍ତମାନ ସରକାରଙ୍କ କାର୍ଯ୍ୟକାଳରେ ଭତ୍ତା ପ୍ରଦାନରେ ଅହେତୁକ ବିଳମ୍ବ ହେଉଥିବାରୁ ବୃଦ୍ଧ, ବୃଦ୍ଧା, ବିଧବା ଓ ଭିନ୍ନକ୍ଷମ ହିତାଧିକାରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ସେମାନଙ୍କର ଏକମାତ୍ର ଆର୍ଥିକ ସହାୟତା। ଏହା ଉପରେ ନିର୍ଭର କରି ସେମାନେ ଔଷଧ, ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ଆବଶ୍ୟକତା ପୂରଣ କରନ୍ତି। ଆସନ୍ତା ୩୦ ତାରିଖ ମଧ୍ୟରେ ସମସ୍ତ ହିତାଧିକାରୀଙ୍କୁ ବକେୟା ସହ ମାସିକ ଭତ୍ତା ପ୍ରଦାନ ସୁନିଶ୍ଚିତ କରିବାକୁ ଦାବି କରାଯାଇଛି। ଯଦି ୩୦ ତାରିଖ ସୁଦ୍ଧା ଭତ୍ତା ନ ମିଳେ, ଆଗାମୀ ଦିନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଦାବିପତ୍ରରେ ଚେତାବନୀ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!