ଡାବୁଗାଁ, ୨୨/୧୧: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଓ ସହିଦ ଲକ୍ଷ୍ମଣ ନାୟକଙ୍କ ୧୨୭ତମ ଜୟନ୍ତୀ ଉପଲକ୍ଷେ ଡାବୁଗାଁରେ ଜିଲ୍ଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଛି। ଏହି ଅବସରରେ ଉଭୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ବକ୍ତାମାନେ ବିର୍ସା ମୁଣ୍ଡାଙ୍କ ଜଳ-ଜଙ୍ଗଲ-ଜମି ସଂଗ୍ରାମ ଓ ଲକ୍ଷ୍ମଣ ନାୟକଙ୍କ ତ୍ୟାଗ-ବଳିଦାନ ସମ୍ପର୍କରେ ଆଲୋଚନା କରିଥିଲେ। ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଝରିଗାଁ ବିଧାୟକ ନରସିଂହ ଭତ୍ରା, ବିଜେପି ଜିଲ୍ଲା ସଭାପତି କୁଞ୍ଜବିହାରୀ ଦାଶ, ରାଜ୍ୟ ଉପ ସଭାପତି ରମେଶ ଚନ୍ଦ୍ର ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଗୋବିନ୍ଦ ଜୈନ, ବାସନ୍ତୀ ମାଝୀ, ବୀରେନ୍ଦ୍ର ପୂଜାରୀ ପ୍ରମୁଖ ମଞ୍ଚାସିନ ଥିଲେ। ଜିଲ୍ଲା ର ସମସ୍ତ ବ୍ଲକରୁ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।ରିପୋଟ ପ୍ରିୟଦର୍ଶିନୀ ପାତ୍ର, ନବରଙ୍ଗପୁର
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |