ବରିଷ୍ଠ ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତଃ ଦାସ ଜଣେ ଲୋକପ୍ରିୟ ରାଜନେତା, ଦକ୍ଷ ସଂଗଠକ ଓ ପ୍ରଶାସକ ଥିଲେ। ମନ୍ତ୍ରୀ, ସାଂସଦ ତଥା ବିଧାୟକ ଭାବରେ ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ସେ ତାଙ୍କର ଅବଦାନ ରଖିଯାଇଛନ୍ତି। ବିଶେଷକରି ଜଗତସିଂହପୁର ଅଞ୍ଚଳର ବିକାଶ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି। ଦଳିତ ଓ ସମାଜର ଅବହେଳିତ ବର୍ଗର ଲୋକମାନଙ୍କ କଲ୍ୟାଣ ପାଇଁ ସେ ସାରା ଜୀବନ ଉତ୍ସର୍ଗୀକୃତ ଥିଲେ। ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବରେ ଦଳର ସାଂଗଠନିକ ଶକ୍ତିକୁ ମଜବୁତ୍‍ କରିବା କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କର ଅମାୟିକ ସ୍ୱଭାବ ପାଇଁ ସେ ଦଳମତ ନିର୍ବିଶେଷର ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ପରଲୋକଗତ ଆତ୍ମାର ସଦ୍‍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *