କରୋନା କବଳରେ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ଓ ପୁତ୍ର ଅଭିଷେକ ବଚ୍ଚନ

ମୁମ୍ବାଇ, ୧୨/୦୭: ବଲିଉଡର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପରେ ପୁତ୍ର ଅଭିଷେକ ବଚ୍ଚନଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ଉଭୟଙ୍କୁ ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛିବୋଲି ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ କହିଛନ୍ତି । ତେବେ ଜୟା ଓ ଐଶ୍ୱର୍ଯ୍ୟା ବଚ୍ଚନଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ମିଳିଛି । ଶନିବାର ବଲିଉଡ ମହାନାୟକ ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା। ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିଲା। ଏହା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୭୭ ବର୍ଷୀୟ ଅମିତାଭ ବଚ୍ଚନ ନିଜେ ଏହାର ସୂଚନା ଦେଇଥିଲେ। ଅମିତାଭ ବଚ୍ଚନ ଟ୍ଵିଟ୍ କରି ଲେଖିଥିଲେ ଯେ, ମୋ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ହସ୍ପିଟାଲରେ ଭର୍ତ୍ତି ହୋଇଛି। ପରିବାର ଏବଂ ବାକି ସଦସ୍ୟଙ୍କ କରୋନା ଟେଷ୍ଟ କରାଯାଇଛି। ସେମାନଙ୍କ ରିପୋର୍ଟ ଆସିବା ବାକି ରହିଛି। ଗତ ୧୦ ଦିନରେ ଯେଉଁମାନେ ମୋର ନିକଟରେ ଥିଲେ, ସେମାନଙ୍କୁ ମୋର ଅନୁରୋଧ ନିଜର ଟେଷ୍ଟ କରାନ୍ତୁ।

Leave a Reply

Your email address will not be published. Required fields are marked *